Report Card Odisha

| Daily Odia News

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ, ୩ଦିନ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠୁହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ରତ୍ନଭଣ୍ଡାର ଭିତରେ ଗୁପ୍ତ ସୁଡ଼ଙ୍ଗର ସନ୍ଧାନ କରି ASI ଟିମ୍। ହେବ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍ ସର୍ଭେ। ଏହି ସମୟରେ ୩ ଦିନ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରିପୋର୍ଟ ଆସିବା ପରେ ମରାମତି ଓ ଗଣତି ମଣତି ହେବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ। ଆସନ୍ତା ୨୪ ତାରିଖ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏହାପରେ ଆଜିଠୁ ସର୍ଭେ ପାଇଁ ନିଷ୍ପତ୍ତି ହୋଇଛି। ରାଜ୍ୟସରକାରଙ୍କ SOP ମୁତାବକ ନିରୀକ୍ଷଣ ପ୍ରକ୍ରିୟା ହେବ। ତେଣେ ଯାଞ୍ଚ ବେଳେ ସର୍ବସାଧାରଣ ଦର୍ଶନ ୩ ଦିନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଗତ ୧୮ ତାରିଖରେ ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ କରାଯାଇଥିଲା। ଏଏସଆଇ ଏଡିଜି ଜାନ୍‌ଭିଜ୍‌ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍‌ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଥିଲେ ।

Breaking News