Report Card Odisha

| Daily Odia News

ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ୍ ସଭାପତି ନିର୍ବାଚିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ୱର କ୍ଲବ୍‌ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ | ୨୭୮ ଭୋଟ୍‌ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ହରାଇଛନ୍ତି ଅସିତ । ଏହି ନିର୍ବାଚନରେ ଅସିତ୍‌ଙ୍କୁ ମୋଟ ୭୭୬ଟି ଭୋଟ୍ ମିଳିଥିଲା। ଅନ୍ୟପକ୍ଷରେ ବିଜୟଙ୍କୁ ୪୯୮ଟି ଭୋଟ୍‌ ମିଳିଥିଲା । ସୂଚନାଯୋଗ୍ୟ, ଗତ ବର୍ଷ ଡିସେମ୍ବର ୩୧ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ ଅସିତ୍ ତ୍ରିପାଠୀ। ଏହା ପରେ ସରକାର ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ ସେ କାର୍ଯ୍ୟ କରୁଛନ୍ତି। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଛନ୍ତି।

Breaking News