ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଏସଓ ଚୟନ ଅନିୟମିତତା ପ୍ରସଙ୍ଗରେ ଦାୟର ଏକାଧିକ ଅପିଲର ଶୁଣାଣି ହାଇକୋର୍ଟ ଡିଭିଜନ ବେଞ୍ଚରେ ଶେଷ ହୋଇଛି। ସମସ୍ତ ପକ୍ଷଙ୍କୁ ଶୁଣିବାପରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ମାମଲାର ରାୟ ସଂରକ୍ଷିତ ରଖିଛନ୍ତି। ଏଏସଓ ଚୟନକୁ ନେଇ ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠଙ୍କ ଗତ ମେ’ ୧୯ ତାରିଖର ରାୟକୁ ଚ୍ୟାଲେଞ୍ଜ କରି ଦାୟର ୩ଟି ମାମଲାର ରାୟ ସଂରକ୍ଷିତ ରହିଛି। ଗତ ୨୦୨୨ ମସିହାରେ ୭୯୬ଟି ଏଏସଓ ପଦବୀ ପାଇଁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଏଥିପାଇଁ ଲିଖିତ ପରୀକ୍ଷା ଦେଇଥିବା ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନାକାରୀଙ୍କ ମଧ୍ୟରୁ ୧୧୦୪ ଜଣ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା । ତେବେ କ୍ଷମତା ବାହାରକୁ ଯାଇ ଓପିଏସସି ମାର୍କିଙ୍ଗ ପଦ୍ଧତିରେ ପରିବର୍ତ୍ତନ କରି ମେରିଟ ଲିଷ୍ଟ ପ୍ରକାଶ କରିଥିଲା ବୋଲି ଅଭିଯୋଗ ହୋଇଥିଲା।





More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..