ରିପୋର୍ଟ କାର୍ଡ / କଟକ
ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ଦାୟର ରିଭ୍ୟୁ ପିଟିସନ ଖାରଜ ହୋଇଛି। ପୂର୍ବ ରାୟର ପୁନର୍ବିଚାର ପାଇଁ ଦାୟର ହୋଇଥିବା ପିଟିସନକୁ ଖାରଜ ସହ ପୂର୍ବ ନିର୍ଦ୍ଦେଶକୁ କାଏମ ରଖିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ସୂଚନାଯୋଗ୍ୟ,ଉକ୍ତ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ଓଡ଼ିଶା ଉଚ୍ଚନ୍ୟାୟାଳୟ। ଓପିଏସସି ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ହାଇକୋର୍ଟରେ ରିଟ୍ ଓ ରିଭ୍ୟୁ ଆବେଦନର ଶୁଣାଣି ଶେଷ ରାୟ ସଂରକ୍ଷିତ ରହିଥିଲା। ଉଲ୍ଲେଖଯୋଗ୍ୟ, ପୂର୍ବରୁ ହାଇକୋର୍ଟ ଏଏସଓ ଲିଖିତ ପରୀକ୍ଷା ମେରିଟ୍ ଖାରଜ କରି ପୁନଃ ମେରିଟ୍ ଲିଷ୍ଟ୍ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ବଳବତ୍ତର ରହିଥିବା ବେଳେ ପୁଣି କିଛି ପରୀକ୍ଷାର୍ଥୀ ନିର୍ଦ୍ଦେଶକୁ ରିଭ୍ୟୁ କରିବା ପାଇଁ ହାଇକୋର୍ଟରେ ଦୁଇଟି ଆବେଦନ ହୋଇଥିଲା।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..