ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସାମ ରାଇଫଲ୍ର ଯବାନଙ୍କ ଗୁଳିରେ ୬ ଜଣ ସହକର୍ମୀ ଆହତ ହୋଇଛନ୍ତି। ମଣିପୁର ପୋଲିସର ସୂଚନା ମୁତାବକ ଯବାନ ଜଣକ ତାଙ୍କର ସହକର୍ମୀମାନଙ୍କୁ ଗୁଳି ମାରିବା ପରେ ନିଜକୁ ଗୁଳି ମାରି ଦେଇଥିଲେ। ମଙ୍ଗଳବାର ଦିନ ଦକ୍ଷିଣ ମଣିପୁରର ଇଣ୍ଡୋ-ମିଆଁମାର ସୀମା ନିକଟରେ ଥିବା ଏକ ବାଟାଲିୟନ କ୍ୟାମ୍ପରେ ଆସାମ ରାଇଫଲ୍ସ ଜବାନ୍ ତାଙ୍କ ସହକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ତେବେ ଏଥିରେ ଆହତ ହୋଇଥିବା ସମସ୍ତ ୬ ଜଣ ମଣିପୁରର ନୁହଁନ୍ତି ବୋଲି ଜଣାପଡିଛି । ସମସ୍ତ ଆହତଙ୍କୁ ଅଧିକ ଚିକିତ୍ସା ପାଇଁ ମିଲିଟାରି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ଏବଂ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….