Report Card Odisha

| Daily Odia News

୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପଞ୍ଚମ ଦିନରେବି ବିଧାନସଭାରେ ସମାନ ସ୍ଥିତି ଦେଖିବାକୁ ମିଳିଛି। ବିଧାନସଭାରେ ଉଭୟ ଶାସକ-ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଆଜି ଗୃହ ଆରମ୍ଭ ହେବା ମାତ୍ରେ ଉଭୟ ବିରୋଧୀ ଓ ଶାସକ ଦଳ ହଟ୍ଟଗୋଳ କରିଥିଲେ | ବିରୋଧୀ ଦଳ ପକ୍ଷରୁ ମଣ୍ଡି ଅବ୍ୟବସ୍ଥାକୁ ଗୃହର ମଧ୍ୟଭାଗରେ ଜୋରଦାର ହଟ୍ଟଗୋଳ କରିଥିବା ବେଳେ ଆତ୍ମହତ୍ୟା ଉଦ୍ୟମ ପାଇଁ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ ବୋଲି ଦାବି କରି ଗୃହରେ ନାରାବାଜି କରିଥିଲେ ଶାସକ ଦଳର ବିଧାୟକ । ଆଉ ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଯୋଗୁଁ ପ୍ରଥମେ ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ | ଆଉ ପୁଣି ଦିନ ୧୨ଟାରେ ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ ହଟ୍ଟଗୋଳ କରିବାରୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି | ଅନ୍ୟପଟେ ଆଜି ବିଜେଡି ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗ କରାଯାଇଛି |

Breaking News