ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। ସେମାନଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଚଳିତ ଥର ବିଧାନସଭାକୁ ଆସିଛନ୍ତି ରେକର୍ଡ ସଂଖ୍ୟକ ୮୨ ଜଣ ନୂଆ ବିଧାୟକ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ଆଣ୍ଟି ସାବୋଟେଜ୍ ଓ ଆଣ୍ଟି ଟେରରିଷ୍ଟ ଟିମ୍ ମଧ୍ୟ ମୁତୟନ କରାଯାଇଛି। ତିନିଥକିଆ ସୁରକ୍ଷା ବଳୟରେ ବିଧାନସଭା ଓ ଆଖପାଖ ଅଞ୍ଚଳ ରହିଛି | ୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି | ଗତକାଲି ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ।






More Stories
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..