ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଠଗଡ ବିଡିଓ ପ୍ରଦୀପ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କୁ ଗିରଫ କରାଯାଇଛି । ପ୍ରଦୀପଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱରରେ ୨ଟି କୋଠା, ଗୋଟିଏ ଫ୍ଲାଟ ସହ ୩ଟି ପ୍ଲଟ, ୪୭ ଲକ୍ଷର ଜମା, ୬ ଲକ୍ଷ ନଗଦ ଟଙ୍କା ମିଳିଥିଲା । ୪୫୨ ଗ୍ରାମ୍ ସୁନା, ୨ଟି କାର୍ ମଧ୍ୟ ପାଇଥିଲା ଭିଜିଲାନ୍ସ ଟିମ୍ । ସୂଚନା ଯୋଗ୍ୟ, କଟକ ଜିଲ୍ଲା ଆଠଗଡ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଚଢାଉ ବେଳେ ପୁଳା ପୁଳା ସୁନା ସାଙ୍ଗକୁ ହୀରା ହାର ମିଳିଥିଲା। ଏହାସହିତ ନଗଦ ୬ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା। ଚଢାଉରେ ୬ଜଣ ଡିଏସପି, ୬ଜଣ ଇନ୍ସପେକ୍ଟର ଏବଂ ୧୦ଜଣ ଏଏସଆଇ ସାମିଲ ହୋଇଥିଲେ।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..