Report Card Odisha

| Daily Odia News

ଏନ୍‌କାଉଣ୍ଟର୍‌ରେ ଅତୀକ୍‌ ଅହମଦ୍‌ଙ୍କ ପୁଅ ଅସଦ୍‌ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ଝାନ୍‌ସୀରେ ଉତ୍ତର ପ୍ରଦେଶର ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ର ଏନ୍‌କାଉଣ୍ଟର୍‌ରେ ଉମେଶ ପାଲ୍‌ ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ଅତିକ୍‌ ଅହମଦ୍‌ଙ୍କ ପୁଅ ଅସଦ୍‌ ମୃତ୍ୟୁ ହୋଇଛି । ଡେପୁଟି ଏସ୍‌.ପି. ନବେନ୍ଦୁ ଏବଂ ବିମଳଙ୍କ ନେତୃତ୍ବାଧୀନ ଉତ୍ତର ପ୍ରଦେଶର ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ କରିଥିବା ଏହି ଏନ୍‌କାଉଣ୍ଟର୍‌ରେ ଗୁଲାମ୍‌ ନାମରେ ଆଉ ଜଣେ ବ୍ୟକ୍ତିଙ୍କର ବି ମୃତ୍ୟୁ ଘଟିଛି। ତାଙ୍କ ଉପରେ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଥିଲା। ମୃତ ଅସଦ୍‌ ଓ ଗୁଲାମ୍‌ଙ୍କ ପାଖରୁ ପୋଲିସ ବିଦେଶରେ ନିର୍ମିତ ଅତି ଉନ୍ନତ ଅସ୍ତ୍ରଶସ୍ତ୍ର ଉଦ୍ଧାର କରିଛି। ପୋଲିସ କହିବା ଅନୁସାରେ, ଉତ୍ତର ପ୍ରଦେଶ ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ ଟିମ୍‌ ଉପରକୁ ଦୁହେଁ ପ୍ରଥମେ ଗୁଳି ଚଳାଇଲେ। ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ ଟିମ୍‌ ପାଲଟା ଗୁଳି ଚଳାଇବାରୁ ଦୁହିଁଙ୍କର ମୃତ୍ୟୁ ଘଟିଲା। ସେମାନଙ୍କ ନିକଟରୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର, ନୂଆ ସେଲ୍‌ଫୋନ୍‌ ଏବଂ ସିମ୍‌ କାର୍ଡ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ଉମେଶ ପାଲ୍‌ ହତ୍ୟା ମାମଲାରେ ଆଜି ଅତୀକ୍‌ ଅହମଦ୍‌ଙ୍କୁ ପ୍ରୟାଗରାଜସ୍ଥିତ ଚିଫ୍‌ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ଙ୍କ ଅଦାଲତରେ ହାଜର କରାଯାଉ ଥିବା ବେଳେ ଏନ୍‌କାଉଣ୍ଟର୍‌ରେ ଅସଦ୍‌ଙ୍କର ମୃତ୍ୟୁ ଘଟିଛି। ଉଲ୍ଲେଖ ଯୋଗ୍ୟ , ୨୦୦୫ରେ ବହୁଜନ ସମାଜ ପାର୍ଟିର ସାଂସଦ ରାଜୁ ପାଲ୍‌ଙ୍କ ହତ୍ୟାକାଣ୍ଡର ମୁଖ୍ୟ ସାକ୍ଷୀ ଥିଲେ ଉମେଶ ପାଲ୍‌। ଏଥିରେ ଅଭିଯୁକ୍ତ ଥିଲେ ଅତୀକ୍‌। ଫେବ୍ରୁଆରି ୨୪ ତାରିଖ ଦିନ ପ୍ରୟାଗରାଜ ବାସଭବନ ବାହାରେ ଉମେଶ ପାଲ୍‌ ଏବଂ ତାଙ୍କର ଦୁଇଜଣ ଅଙ୍ଗରକ୍ଷୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏଥିରେ ଅହମଦ୍‌, ଅଶରଫ୍‌ ଏବଂ ସେମାନଙ୍କର ପରିବାରର ସଦସ୍ୟମାନେ ସମ୍ପୃକ୍ତ ବୋଲି ଉମେଶଙ୍କ ପତ୍ନୀ ଜୟାଙ୍କ କରିଥିବା ଅଭିଯୋଗ ଆଧାରରେ ମାମାଲା ରୁଜୁ କରାଯାଇଥିଲା।

Breaking News