ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଶାନ୍ତ ହୋଇପଡିଛି ରାଜଧାନୀ ଭୁବନେଶ୍ୱର | ବଡଗଡ଼ ଅଞ୍ଚଳରେ ପୂର୍ବ ଶତ୍ରୁତା କେନ୍ଦ୍ର କରି ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଜାଣିଛନ୍ତି ଦୁର୍ବୃତ୍ତ । ଛୁରୀ ଓ ସର୍ଜିକାଲ ବ୍ଲେଡ଼ରେ ଖଣ୍ଡିଆ ଖାବରା କରିଦେଇଛନ୍ତି । ଆହତ ଜଣଙ୍କ ହେଉଛନ୍ତି ବଡଗଡ଼ ଗାଁର ଦୀପକ ପ୍ରଧାନ। ତାଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତି ପ୍ରାୟ ୧୧ ଟାରେ ଦୀପକ ନିଜ ଘରକୁ ଫେରୁଥିଲେ। ଏହି ସମୟରେ କିଛି ମୁଖା ପିନ୍ଧା ଦୁର୍ବୃତ୍ତ ଏକ ବାଇକରେ ଆସି ତାଙ୍କୁ ଗୋଇଠା ମାରିଥିଲେ। ଭାରସାମ୍ୟ ହରାଇ ଦିପକ ତଳେ ପଡ଼ିଯିବା ପରେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଛୁରୀ ଓ ସର୍ଜିକାଲ ବ୍ଲେଡ଼ ସାହାଯ୍ୟରେ ପିଠି, ହାତ, ମୁହଁ କାଟି ପକାଇଥିଲେ। ଦିପକ ରକ୍ତଜଡୁବୁଡ଼ୁ ଅବସ୍ଥାରେ ରାସ୍ତାରେ ପଡ଼ିଥିବା ସମୟରେ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ଦିପକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ଏତଲା ପରେ ଆଖପାଖ ସିସିଟିଭି ଯାଞ୍ଚ କରୁଛି ପୋଲିସ । ଅଭିଯୁକ୍ତଙ୍କୁ ଧରିବା ପାଇଁ ଛାନଭିନ ଆରମ୍ଭ ହୋଇଛି। ପୂର୍ବ ଶତ୍ରୁତା କେନ୍ଦ୍ର କରି ଏହି ଆକ୍ରମଣ ଘଟିଥିବା କୁହାଯାଉଛି |






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……