Report Card Odisha

| Daily Odia News

ରାଜଧାନୀରେ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଲେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ହାଣି ଦେଲେ ଗୋଟିଏ ଗୋଷ୍ଠୀ। ପଟିଆ ଅଞ୍ଚଳର ପଦ୍ମକେଶରପୁର ଗାଁରେ ଶ୍ୱଶୁର,ବୋହୂଙ୍କୁ ହାଣି ଦେଇଛନ୍ତି |ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଶ୍ୱଶୁର ସନାତନ ଦାସ ଓ ତାଙ୍କ ବୋହୂ ନିରୁପମା ଦାସ। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ମହାଜନ କାରବାର କରୁଥିବା ବାବୁଲା ଦାସ ତାଙ୍କ ସହଯୋଗୀ ତାପସ ଦାସ ଓ ୪ରୁ ୫ ଜଣ ଯୁବକ ସନାତନଙ୍କ ଘରେ ପହଞ୍ଚିଥିଲେ। ଏହି ସମୟରେ ସନାତନ ଓ ତାଙ୍କ ବୋହୂ ଘରେ ଖାଉଥିଲେ। ସନାତନଙ୍କୁ ବାବୁଲା ସୁଧ ଟଙ୍କା ମାଗିଥିଲେ। ଏହାକୁ ନେଇ ସନାତନ ଓ ବାବୁଲାଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ବାବୁଲା ଓ ତାଙ୍କର ସହଯୋଗ ସନାତନଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ସମୟରେ ସନାତନଙ୍କ ବୋହୂ ପହଞ୍ଚି ବିରୋଧ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ପରେ ବାବୁଲା ତାଙ୍କ ସହଯୋଗୀ ବୋମାମାଡ଼ କରି ପଳାଇଥିବା ସୂଚନା ରହିଛି। ଶ୍ୱଶୁର,ବୋହୂଙ୍କୁ ଗ୍ରାମବାସୀ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏହାସହ ପୁଲିସକୁ ଘଟଣା ସଂପର୍କରେ ଜଣାଇଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ଗାଁରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

Breaking News