ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ଵର ବୁଦ୍ଧ ପାର୍କ ନିକଟରେ ଅଭାବନୀୟ ଘଟଣା ଘଟିଛି। ଯୁବତୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ପାର୍କ ନିକଟରେ ଜଣେ ଯୁବକ ଓ ଯୁବତୀଙ୍କ ମଧ୍ୟରେ ସାମାନ୍ୟ ଝଗଡାକୁ ନେଇ ବଚସା ହୋଇଥିଲା। ଝଗଡା ଏତେ ଉଗ୍ର ରୂପ ଧାରଣ କରିଥିଲା ଯେ ଯୁବକ ଜଣକ ଉତକ୍ଷିପ୍ତ ହୋଇ ଛୁରୀରେ ଯୁବତୀଙ୍କ ବେକ କାଟିବାକୁ ଉଦ୍ୟମ କରିଥିଲା।ପରେ କିଛି ସ୍ଥାନୀୟ ଲୋକ ଯୁବକ ଜଣଙ୍କୁ କାବୁ କରି ଚନ୍ଦ୍ରଶେଖରପୁର ପୋଲିସର ଜିମା ଦେଇଛନ୍ତି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଉଭୟଙ୍କ ଘର ଦାର୍ଜିଲିଂ ଅଞ୍ଚଳରେ ହୋଇଥିବାବେଳେ ମୋମୋ ଦୋକାନ ଦେଇଥିଲେ। ଯୁବତୀ ଜଣକ ଅନ୍ୟ ଜଣେ ଯୁବକଙ୍କୁ ଭଲ ପାଉଥିବା ସନ୍ଦେହରେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ସେପଟେ ପୋଲିସ ଅଭିଯୁକ୍ତକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି।






More Stories
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନରେ ରଥଟଣା…..
ରିଙ୍କୁ ଉପଅଧିନାୟକ….
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..