ରିପୋର୍ଟ କାର୍ଡ / କଟକ
ପବିତ୍ର ବଡ଼ଓଷା ପାଇଁ ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ। ଭକ୍ତଙ୍କୁ ହରିହର ବେଶରେ ବାବା ଧବଳେଶ୍ୱର ଦର୍ଶନ ଦେଇଛନ୍ତି । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପାଖରେ ପ୍ରସିଦ୍ଧ ଗଜଭୋଗ ଓ ତରଣ ଲାଗି କରାଯାଇଛି। ବଡ଼ ଓଷା ଓ କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ପାଇବା ପରେ ନିଜର ବ୍ରତ ଉଦଯାପନ କରିଛନ୍ତି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏଥିସହ ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଥିବା ବେଳେ ନଦୀ ଘାଟରେ ଓଡ୍ରାଫ, ଅଗ୍ନିଶମ ବାହିନୀ, ମେଡିକାଲ ଟିମ ମୁତୟନ ହୋଇଛନ୍ତି। ପୀଠରେ ଆଠଗଡ ଉପଜିଲ୍ଲାପାଳ ଓ କଟକ ଗ୍ରାମାଞ୍ଚଳ ଏସ୍ପି ଉପସ୍ଥିତ ରହି ତଦାରଖ କରୁଛନ୍ତି ।
More Stories
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଲୋକାର୍ପଣ କଲେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି…..
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଏକତା କପୁର…..
ଅଧାପନ୍ତରିଆ ପାନୀୟ ଜଳ ପ୍ରକଳ୍ପ: ମଲେଇ ଖାଇ ପଳେଇଲେ ଠିକାଦାର…..