Report Card Odisha

| Daily Odia News

ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦଘାଟିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜଟଣୀ ବଡ଼ରଘୁନାଥପୁର ଇନ୍‌ଫୋଭାଲିଠାରେ ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭୫୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ଦୈନିକ ୩୦୦ ରୋଗୀଙ୍କୁ ଅତ୍ୟାଧୁନିକ ରେଡିଓଥେରାପି ସହିତ ୧୫୦ରୁ ଅଧିକ ରୋଗୀଙ୍କ ପାଇଁ କେମୋଥେରାପି ଦେବାର ବ୍ୟବସ୍ଥା ରହିଛି। ଉଦ୍‌ଘାଟନ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ହସ୍ପିଟାଲ ଓଡ଼ିଶା ତଥା ପୂର୍ବ ଭାରତରେ କର୍କଟ ରୋଗୀଙ୍କୁ ଗୁଣାତ୍ମକ ମାନର ଓ ସୁଲଭ ଖର୍ଚ୍ଚରେ ଚିକିତ୍ସା ପ୍ରଦାନ କରି କର୍କଟର ଚିକିତ୍ସା କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିବ। ଏହା ମାଧ୍ୟମରେ ରାଜ୍ୟର ଏକ ତୃତୀୟାଂଶ କର୍କଟ ରୋଗୀ ଉପକୃତ ହେବେ। ବାଗ୍‌ଚୀ ପରିବାର ଓ ଶ୍ରୀ ଶଙ୍କର କ୍ୟାନସର ସେଣ୍ଟରର ଏହି ମହତ୍ୱପୂର୍ଣ୍ଣ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଆସୁଛନ୍ତି। ବିଗତ ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶା ପୂର୍ବ ଭାରତରେ ଏକ ଅଗ୍ରଣୀ ସ୍ୱାସ୍ଥ୍ୟସେବା କ୍ଷେତ୍ର ଭାବେ ପରିଗଣିତ ହୋଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ନୂଆ ମେଡିକାଲ କଲେଜ ଖୋଲା ଯାଇଛି। ନିୟମିତ ଭାବେ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି। ଚଳିତବର୍ଷ କେବଳ ପ୍ରାୟ ୪ହଜାର ଡାକ୍ତର ରାଜ୍ୟରେ ନିଯୁକ୍ତି ପାଇଛନ୍ତି।

Breaking News