ରିପୋର୍ଟ କାର୍ଡ / କଟକ
ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଏସସିବିରେ ଚିକିତ୍ସାଧୀନ ଥିବା ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବିହାରର ମନୀଷ କୁମାର। ସେ ଗତ ୩ ତାରିଖରେ ଏସସିବିରେ ଭର୍ତ୍ତି ହୋଇଥିଲେ। ଦୁର୍ଘଟଣାରେ ବ୍ୟାପକ ଭାବରେ ଦେହରେ କ୍ଷତ ହୋଇଥିଲା। ଦୀର୍ଘ ଦିନ ଧରି ଚିକିତ୍ସା ପରେ ଆଜି ସେ ମୃତ୍ୟବରଣ କରିଛନ୍ତି। ଘର ବିହାର ରାଜ୍ୟର ଜମୁଇଠାରେ। ସେ ସେଣ୍ଟ୍ରାଲ ଆଇସିୟୁରେ ବେଡ଼ ନଂ ୧୫ରେ ଚିକିତ୍ସିତ ହେଉଥିଲେ। ସୂଚନାଯୋଗ୍ୟ ଆଜିର ମୃତ କାଙ୍କୁ ମିଶାଇ ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ଘଟିଛି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..