ରିପୋର୍ଟ କାର୍ଡ / ବାଲେଶ୍ଵର
ବାହାନଗା ରେଳଷ୍ଟେସନରେ ପୁଣି ଅଘଟଣ ଘଟିଛି। ପୁରୀ-ହାଓ୍ବଡା ଏକ୍ସପ୍ରେସ୍ ଟ୍ରେନ୍ ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ବାହାନଗା ଷ୍ଟେସନ ଦାଣ୍ଡହରିପୁର ଷ୍ଟେସନ ଫାଟକ ନିକଟରେ ଦୁଇ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନି। ସେପଟେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଛି , ସେ ନେଇ ରେଲଓ୍ବେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଗତବର୍ଷ ଜୁନ୍ ମାସରେ ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା। ଏଥିରେ ଏକାଧିକ ଲୋକଙ୍କର ମୃତ୍ୟୁ ଘଟିଥିଲା।
More Stories
ଦୁଷ୍କର୍ମ ପରେ ଶିଶୁକନ୍ୟାକୁ ହତ୍ୟା….
କାଳବୈଶାଖୀ ଓ୍ବାର୍ନିଂ,୫୦ରୁ ୬୦ କି.ମି.ବେଗରେ ପବନ…..
ଭୁବନେଶ୍ୱରର ଦୁଇ ଷ୍ଟେସନ ନିକଟରୁ ୨ ମୃତଦେହ ଉଦ୍ଧାର…..