ରିପୋର୍ଟ କାର୍ଡ / ଭୁବନେଶ୍ୱର
ନବଦିନାତ୍ମକ ଯାତ୍ରା ସାରି ଭାଇଭଉଣୀଙ୍କୁ ସାଙ୍ଗରେ ଧରି ମନ୍ଦିର ଅଭିମୁଖେ ବାହୁଡ଼ିବେ ଶ୍ରୀଜିଉ। ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ବାହୁଡ଼ିବେ ଦାରୁବ୍ରହ୍ମ। ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଶରଧାବାଲିରେ ଥିବା ରଥ ଉପରେ ପହଣ୍ଡି ବିଜେ କରିବେ |ବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ଫେରିବା ବାଟକୁ ପ୍ରବଳ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ରଥ, ପଥ ଓ ଭକ୍ତ। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ସମ୍ମୁଖରେ ତିନିରଥକୁ ପ୍ରସ୍ତୁତ କରି ରଖାଯାଇଛି। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି। ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..