ରିପୋର୍ଟ କାର୍ଡ / ଭୁବନେଶ୍ୱର
ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଆଜି ହେବ | ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ ସଂରକ୍ଷିତ ରଖିଥିଲେ କୋର୍ଟ | ଆଜି ଏସଡିଜେଏମ କୋର୍ଟରେ ଟୁଟୁଙ୍କ ଜାମିନ ଆବେଦନ ନେଇ ପୁନଃ ଶୁଣାଣି ହେବ | ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ | ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା |






More Stories
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..