ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ୩ ଏବଂ ୪ ତାରିଖରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ପବନ ସାଙ୍ଗକୁ ବିଜୁଳି ଏବଂ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଦୁଇ ଦିନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି । ବୁଧବାର ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ମୟୂରଭଞ୍ଜ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୋନପୁର, ଅନୁଗୁଳ, ବରଗଡ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ନୂଆପଡା ଏବଂ ବୌଦ୍ଧରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତାକାଲି ଗୁରୁବାର ୯ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁରରେ ଘଡ଼ଘଡ଼ି ସହିତ ବର୍ଷା ସହ ପବନ ହେବା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୪ ତାରିଖ ଶୁକ୍ରବାର ପାଇଁ ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସହ ୬୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ କହିଛି। ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ । ୫ ଓ ୬ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ହାଲୁକା ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।






More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..