ରିପୋର୍ଟ କାର୍ଡ / କଟକ
ଦୀର୍ଘ ଦୁଇ ବର୍ଷ ପରେ ଚଳିତ ବର୍ଷ ହେବ କଟକର ଐତିହାସିକ ବାଲିଯାତ୍ରା। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ମହାମାରୀ କରୋନା ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିଲା ବାଲିଯାତ୍ରା। ତେବେ ଚଳିତ ଥର କରୋନା ପରିସ୍ଥିତିରେ ସୁଧାର ଆସିଥିବାରୁ ବାଲିଯାତ୍ରା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳଙ୍କ କହିବା ଅନୁସାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ କଟକର ବାରବାଟୀ ପ୍ୟାଲେସ୍ରେ୧୪, ୧୫ ଓ ୧୬ ତାରିଖରେ କାଇଟ୍ ଉତ୍ସବ ଅନୁଷ୍ଠିତ ହେବ। କଟକରେ ଥିବା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଦ୍ୱାରା ଏହାର ଆୟୋଜନ ହେବ। ଏଥିପାଇଁ ମିଶନ ଶକ୍ତି ବିଭାଗ, ଓରମାସ୍ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ସ୍ୱତନ୍ତ୍ର ଖସଡା ପ୍ରସ୍ତୁତ କରାଯାଇଛି। ଏଠାରେ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ, ଖାଦ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଳି ଜିଲ୍ଲାପାଳ କହିଛନ୍ତି।






More Stories
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..
ନୂଆପଡାରେ ହୀରା ଖଣି…..
କାଳବୈଶାଖୀ ସତର୍କତା…..