ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରରେ ବୁଧବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ. ୬.୦୦ ଟିକା ରୁ ରାତ୍ର ଘ. ୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ନୀତି ହେଉଛି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର (ବନକ ଲାଗି) ସେବା। ଏହାଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ମାତ୍ର ସେହି ସମୟରେ ଶ୍ରଦ୍ଧାଳୁ ମନ୍ଦିର ଭିତର ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରି ପାରିବେ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……