ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ବସ ଭଡା…..
ଗୋଟିଏ ଅଫିସରେ ରହିପାରିବେନି ୩ ବର୍ଷରୁ ଅଧିକ…..