ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା | ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ସୂଚନା ଅନୁସାରେ, ବନକ ଲାଗିରେ କଳା, ଧଳା, ନାଲି ଓ ହଳଦିଆ ରଙ୍ଗ ବ୍ୟବହାର କରାଯାଏ। ଆଉ ସେଥିପାଇଁ ଦରକାର ପଡୁଥିବା ସାମଗ୍ରୀ ଗୁଡ଼ିକ ହେଲା କଜ୍ଜ୍ୱଳ, ହିଙ୍ଗୁଳ, ହରିତାଳ, କସ୍ତୁରୀ, ଚନ୍ଦନ, କର୍ପୂର, କେଶର ଓ ଘୋରା ଶଙ୍ଖ। ପ୍ରତ୍ୟେକ ସାମଗ୍ରୀ ରୁପା ଷଡ଼େଇରେ ରଖି ଗୋଳାଯିବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି କରାଯାଏ। ଏସବୁ ଦ୍ରବ୍ୟ ବାଦ ଦେବା ପରେ ଶ୍ରୀମନ୍ଦିର ପ୍ରଶାସନ ଯୋଗାଇ ଦେଉଥିବା ବାକି ସାମଗ୍ରୀରେ ବନକଲାଗି କରାଯାଇଥିବା ବୋଲି ସୂଚନା ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..