Report Card Odisha

| Daily Odia News

ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ….

ରିପୋର୍ଟ କାର୍ଡ / ପୁରୀ

ଆଜି ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥି | ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Breaking News