ମାଘ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଟିତ ହେବ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହେବା ପାଇଁ ନୀତି କରାଯିବ । ଏଥିପାଇଁ ଅପରାହ୍ନ ୪ଟା ରୁ ସନ୍ଧ୍ୟା ୮ ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରର ଦତ୍ତ ମହାପାତ୍ର ଗୋଷ୍ଠୀର ସେବକମାନଙ୍କ ଦ୍ୱାରା ବନକଲାଗି ନୀତି କରାଯାଇଥାଏ । ଦ୍ୱିପହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ନୀତି କରାଯିବ । ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିବ । ତିନି ଦାରୁ ମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକ ଲାଗି ନୀତି କୁହାଯାଇଥାଏ । ଏହି ରଙ୍ଗ ବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ରହିଛନ୍ତି । ସେମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଦତ୍ତ ମହାପାତ୍ର ରଙ୍ଗ ପ୍ରସ୍ତୁତ କରି ଶ୍ରୀବିଗ୍ରହରେ ଲଗାଇଥାନ୍ତି । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୋଇଥାଏ ।
More Stories
ଉତ୍ତମ ଗୁଣସମ୍ପନ୍ନ ହୋଇପାରନ୍ତି….
ଆଦର୍ଶବାଦୀ ହେବେ…..
ଆଜି ନୂଆଁଖାଇ….