ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ସେନା ହାତକୁ ନେଇଛି। ଶାସନ ଭାର ଗ୍ରହଣ ସହ ସବୁ ଦଳର ପ୍ରତିନିଧିଙ୍କୁ ଡାକି ଆଲୋଚନା କରିଛନ୍ତି। ହିଂସା ବନ୍ଦ କରିବାକୁ ଯୁବବର୍ଗଙ୍କୁ ଅପିଲ କଲେ ବାଂଲା ସେନା ମୁଖ୍ୟ ।ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ପ୍ରଧାନମନ୍ତ୍ରୀ ଶେଖ ହସିନା ଶେଷରେ ସେନା ଚାପରେ ଆଜି ଇସ୍ତଫା ଦେଇଛନ୍ତି। ସେନାର ଚେତାବନୀ ପରେ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହା ପରେ ଭାରତରେ ପହଞ୍ଚିଛନ୍ତି ବାଲାଂଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା । ହସିନା ହିଣ୍ଡନ ଏୟାରବେସରେ ପହଞ୍ଚିଥିବାବେଳେ ବାୟୁସେନା ଅଧିକାରୀ ତାଙ୍କୁ ସ୍ବାଗତ କରିଛନ୍ତି । ବାସଭବନକୁ ହଜାର ହଜାର ଆନ୍ଦୋଳନକାରୀ ପ୍ରବେଶ କରିବା ପରେ ସୁରକ୍ଷା ପାଇଁ ଶେଖ ହସିନା ଦେଶ ଛାଡିଛନ୍ତି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..