ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ନିଅଣ୍ଟିଆ ବର୍ଷା କାରଣରୁ ହନ୍ତସନ୍ତ ହେଉଛନ୍ତି ଚାଷୀ । ଚାଷ ଜମିରେ ପାଣି ନଥିବାରୁ ଧାନ ଗଛ ମରିବାକୁ ବସିଲାଣି | ଏହାକୁ ନେଇ ଚାଷୀ ଚିନ୍ତାରେ ଥିବା ବେଳେ ସେମାନଙ୍କ ପାଇଁ ଏକ ଭଲ ଖବର । ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୬ ଓ ୭ ତାରିଖ ଭଲ ବର୍ଷା ହେବ । ଅଗଷ୍ଟ ତୁଳନାରେ ସେପ୍ଟେମ୍ବରରେ ଭଲ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।





More Stories
ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ ବଢ଼ଛି…..
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫……
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……