ରିପୋର୍ଟ କାର୍ଡ / କଟକ
ବାଙ୍କି ଥାନା ଅନ୍ତର୍ଗତ ବେଦପୁର ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୬ରୁ ଅଧିକ ଆହତ ହୋଇଛନ୍ତି। ଆହତମାନେ ଉଭୟ ଗୋଷ୍ଠୀର ହୋଇଥିବା ଜଣାଯାଇଛି। ଆହତମାନଙ୍କୁ ବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଷ୍ଠୀ ସଂଘର୍ଷ ପରେ ବିଜେଡି ଓ କଂଗ୍ରେସ କର୍ମୀମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ କଟକ-ବାଙ୍କୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଥିଲା। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତରୋକ ହଟିଥିଲା। ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଗତକାଲି ପୁଣି କୌଣସି କଥାକୁ ଏହି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..