ରିପୋର୍ଟ କାର୍ଡ / କଟକ
ଚଳଚ୍ଚିତ୍ର ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି -ପତ୍ନୀ ବର୍ଷା ପ୍ରିୟଦର୍ଶନୀ ପାରିବାରିକ ବିବାଦ ମାମଲା ନୂଆ ମୁଡ ନେଇଛି । ଶେଷରେ ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ରବିବାର ସକାଳୁ କଟକ ସ୍ଥିତ ଶାଶୂ ଘର ଛାଡିଛନ୍ତି ଅଭିନେତ୍ରୀ ବର୍ଷା । କୋର୍ଟଙ୍କ ନିର୍ଦ୍ଦେଶ ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି । ଅନ୍ୟପଟେ ଅନୁଭବ ମହାନ୍ତି ନିଜ ଘରେ ପ୍ରବେଶ ପାଇଁ ଶନିବାର ପୁରୀଘାଟ ଥାନା ପୋଲିସର ସହାୟତା ଲୋଡ଼ିଛନ୍ତି । ଏହାକୁ ପୋଲିସ ଗ୍ରହଣ କରିବା ସହିତ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଏବେ କଟକ ପରିବାର ଅଦାଲତରେ ମାମଲାର ବିଚାର ଚାଲିଛି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଉଭୟଙ୍କ ମଧ୍ୟରେ ମଧ୍ୟସ୍ଥତା ଜରିଆରେ ବିବାଦର ସମାଧାନ ପାଇଁ ଉଦ୍ୟମ କରାଯାଇଥିଲେ ବି ତାହା ବିଫଳ ହୋଇଛି।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….