ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲ୍ଲା ଅନ୍ତର୍ଗତ ଚନ୍ଦକା ଓ ବାଲିଅନ୍ତା ଅଞ୍ଚଳରେ ନୂତନ ଥାନାଗୃହର ଶୁଭ ଉଦଘାଟନ ହେବା ସହ ଲୋକାର୍ପିତ ହୋଇଛି। ଏହି ନୂତନ ଥାନା ଗୃହ ମାନଙ୍କରେ କାଉନ୍ସେଲିଂ, ଶିଶୁ ଡ଼େସ୍କ, ୱେଟିଙ୍ଗ ଲବି, କନଫରେନ୍ସ ହଲ , ଜିମନାସିଅମ, ବାରାକ ଇତ୍ୟାଦି ସୁବିଧା ଥିବା ସହ ଜନସାଧାରଣଙ୍କୁ ତୁରନ୍ତ ସେବା ଯୋଗାଇ ଦେବା ନିମନ୍ତେ ସମସ୍ତ ସୁବିଧା ସୁଯୋଗର ବନ୍ଦୋବସ୍ତ କରାଯାଇଛି |ଏହି ଉତ୍ସବରେ ମାନ୍ୟବର ରାଜ୍ୟ ଗୃହମନ୍ତ୍ରୀ ଭୁବନେଶ୍ୱର ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନ୍ୟାନ୍ୟ ଅତିଥିଙ୍କ ମଧ୍ୟରେ ଜଟଣୀ ବିଧାୟକ ଭୁବନେଶ୍ୱର ସୁରେଶ କୁମାର ରାଉତରାୟ, ଉତ୍ତର ଭୁବନେଶ୍ବର ବିଧାୟକ ଭୁବନେଶ୍ୱର ସୁଶାନ୍ତ କୁମାର ରାଉତ, ଜୟଦେବ ବିଧାୟକ ଡଃ.ଅରବିନ୍ଦ ଢାଲି, ପୋଲିସ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶଲ, ଭୁବନେଶ୍ଵର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଓଡିଶା ପୋଲିସ ଗୃହ ନିର୍ମାଣ ବିଭାଗର ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଅତିରିକ୍ତପୋଲିସ କମିଶନର ଡଃ. ଉମାଶଙ୍କର ଦାଶ , ଭୁବନେଶ୍ଵର ଡିସିପି ପ୍ରତୀକ ସିଂହଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀ ମାନେ ଯୋଗ ଦେଇଥିଲେ ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..