ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଉପକଣ୍ଠ ପାହାଳ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ କାର୍ ଧକ୍କା ଦେବାରୁ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତାହତଙ୍କ ଘର ଯାଜପୁର ଓ ଭଦ୍ରକର ବୋଲି ଜଣାଯାଇଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ- ଗତକାଲି ବିଳମ୍ବିତ ରାତିରେ କାର୍ଟି କଟକରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ଟ୍ରକଟି ପାହାଳ ଛକ ନିକଟରେ ଥିବା ରାସ୍ତାକଡ଼ରେ ଠିଆ ହୋଇଥିଲା। କାରଟି ଦ୍ରୁତ ଗତିରେ ଆସି ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ୨ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଦୁର୍ଘଟଣା ଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା……
ମା’କୁ ଜାଳିଦେଲେ ପୁଅ…..