Report Card Odisha

| Daily Odia News

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ,୨ ଗୁରୁତର….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଏକ ଦ୍ରୁତଗାମୀ କାର୍ ଡିଭାଇଡର ଉପରକୁ ମାଡ଼ି ଯାଇ ଅପରପାର୍ଶ୍ୱରେ ଥିବା ବସ୍‌କୁ ପିଟିଥିଲା। ଏହାଫଳରେ ବଡ଼ ଧରଣର ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଥିଲେ। ଗାଡ଼ିଟି ଭାଙ୍ଗି ସମ୍ପୂର୍ଣ ଭାଙ୍ଗି ଯାଇଛି |

Breaking News