ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍ ଟର୍ମିନାଲ୍କୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ବସ୍ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ। ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡ଼ିଶାରେ ଏକ ନୂଆ ପରିଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାଁରେ ଏହି ବସ୍ ଟର୍ମିନାଲ ଓଡ଼ିଶା ସରକାର ନାମିତ କରାଯାଇଛି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି ମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..