ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ଥିବା ବେଆଇନ୍ ଆପାର୍ଟମେଣ୍ଟ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ମଙ୍ଗଳବାର ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏହି ଲିଖିତ ଉତ୍ତର ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କହିଛନ୍ତି, ବିଡିଏ ଅଧିନରେ ବେଆଇନ ଭାବେ ୪୯୧ଟି ଆପାର୍ଟମେଣ୍ଟ ଥିବାର ଅଭିଯୋଗ ହୋଇଥିଲା। ବର୍ତ୍ତମାନ ପାଇଁ ୧୯୧ଟି ଆପାର୍ଟମେଣ୍ଟ ଭାଙ୍ଗିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ୬୩ଟି ମାମଲା ଖାରଜ ହୋଇଥିବା ବେଳେ ୨୩୭ଟି ବିଚାରଧୀନ ରହିଛି।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..