Report Card Odisha

| Daily Odia News

ରାଜଧାନୀରେ ବୁଲିଲା ଖଣ୍ଡା,୨ ଗୁରୁତର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରେ ୨ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଖଣ୍ଡାରେ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ଆକ୍ରମଣ କରି ଖଣ୍ଡାରେ ହାଣି ପକାଇଛନ୍ତି। ସେମାନଙ୍କୁ ଗୁରୁତର ଭାବେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଏହି ଆକ୍ରମଣରେ ଗୁରୁତର ହୋଇଥିବା ୨ଜଣ ଯୁବକଙ୍କୁ ଭୁବନେଶ୍ୱର ଏମ୍‌‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବର ପାଇ ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରିଛି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ତେବେ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ସହ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ଖଣ୍ଡଗିରି ପୋଲିସ ସୂଚନା ଦେଇଛି।

Breaking News