ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଭୁବନେଶ୍ୱର– ଅଯୋଧ୍ୟା ଆସ୍ଥା ସ୍ପେଶିଆଲ ଟ୍ରେନ” ଗଡିଛି । ରାମଲାଲାଙ୍କ ଦର୍ଶନ ପାଇଁ ରେଳବାଇ ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱରରୁ ଅଯୋଧ୍ୟାକୁ ଗଡ଼ିଛି ଆସ୍ଥା ସ୍ପେଶିଆଲ ଟ୍ରେନ। ଏକ ହଜାରରୁ ଅଧିକ ଶ୍ରଦ୍ଧାଳୁ ଏହି ଟ୍ରେନ ଭୁବନେଶ୍ୱର ରେଳ ଷ୍ଟେସନରୁ ଯାତ୍ରା କରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପତାକା ହଲାଇ ଏହି ଯାତ୍ରାର ଶୁଭାରମ୍ଭ କରିଛନ୍ତି। ସ୍ବତନ୍ତ୍ର ଟ୍ରେନ ପ୍ରଥମ ଦିନରେ ଭୁବନେଶ୍ବର ରେଳ ଷ୍ଟେସନରୁ ଛାଡ଼ିଥିବା ବେଳେ ପରବର୍ତ୍ତୀ ସମୟରେ କଟକ, ପୁରୀ ଓ ଭଦ୍ରକ ସମେତ ରାଜ୍ୟର ଅନ୍ୟ ଷ୍ଟେସନରୁ ବି ଚାଲିବ। ଏହି ଅବସରରେ ଯାତ୍ରୀ ଅଯୋଧ୍ୟା ଯାଉଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ଆସ୍ଥା ସ୍ପେଶାଲ ଟ୍ରେନରେ ୨୦ଟି ସ୍ଲିପର କୋଚ୍ ଥିବା ବେଳେ ପ୍ରତି କୋଚରେ ୭୨ଟି ସିଟ୍ ରହିଛି। ତେଣୁ ଏଥିରେ ୧୪ଶହରୁ ଅଧିକ ଲୋକ ଯାଇପାରିବେ। ଆଜି ଆସ୍ଥା ସ୍ପେଶାଲ ଟ୍ରେନରେ ଭୁବନେଶ୍ୱର ଓ ପୁରୀ ସଂସଦୀୟ କ୍ଷେତ୍ରର ଯାତ୍ରୀମାନେ ଯାତ୍ରା କରିଛନ୍ତି। ସେହିପରି ୯ ତାରିଖରେ କଟକ ସଂସଦୀୟ କ୍ଷେତ୍ରରୁ ରାମଭକ୍ତ ଅଯୋଧ୍ୟା ଯିବେ।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ବସ ଭଡା…..
ଗୋଟିଏ ଅଫିସରେ ରହିପାରିବେନି ୩ ବର୍ଷରୁ ଅଧିକ…..