Report Card Odisha

| Daily Odia News

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର 

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପଦାର୍ପଣ କରିଛି ରାଜଧାନୀ। ମନ୍ଦିର ମଳିନି ସହରରୁ ସ୍ମାର୍ଟ ସିଟିର ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ। ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ। ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି। ୭୬ ବର୍ଷ ମଧ୍ୟରେ ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର, ଏବେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ। ରୋଜଗାର ପାଇଁ ଅନେକ ଲୋକ ଭୁବନେଶ୍ୱରକୁ ବି ବାଛିଛନ୍ତି। ପ୍ରତିଷ୍ଠା ଦିବସ ଉପଲକ୍ଷେ ରାଜଧାନୀ ସଜେଇ ହୋଇଛି। ବିଧାନସଭା, ଲୋକସେବା ଭବନ, କମଶନରେଟ୍ ବିଲଡିଂ ସମେତ ରାସ୍ତାଘାଟ ରଙ୍ଗୀନ ଆଲୋକରେ ଝଲସୁଛି।

 

 

Breaking News