ରିପୋର୍ଟ କାର୍ଡ / ଭୁବନେଶ୍ବର
ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ । ହେଲେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଣଭୋଜି କରି ପ୍ରଦୂଷଣ କଲେ ଏହା ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖିଥିବା ନେଇ କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ । ବଣଭୋଜି ନାଁରେ ପ୍ରଦୂଷଣ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି । କେବଳ ଭୁବନେଶ୍ବର ନୁହେଁ ବରଂ ଅନୁଗୋଳ, ତାଳଚେର ଏବଂ ବାଲେଶ୍ବରରେ ମଧ୍ୟ ପ୍ରଦୂଷଣ ହାର ଅଧିକ ରହୁଛି । କାଠ ଜାଳି ଭୋଜି କରିବା ଦ୍ବାରା ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଏଭଳି ଆକ୍ସନ ନିଆଯିବା ନେଇ ନିଷ୍ପତ୍ତି ହୋଇଛି । ତେବେ ନିୟମକୁ କଡାକଡି ପାଳନ ନକଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..