ରିପୋର୍ଟ କାର୍ଡ / ଭଦ୍ରକ
ପ୍ରାୟ ୩୦ ଘଣ୍ଟା ପରେ ମିଳିଲା ଭଦ୍ରକ ଜିଲ୍ଲା ଵାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗାଁର ଚନ୍ଦନ ସାହୁଙ୍କ ମୃତଦେହ। ଯାଜପୁର ଜିଲ୍ଲା ତ୍ରିଲୋଚନପୁର ବୁଢ଼ାନଦୀରୁ ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି। ଚନ୍ଦନଙ୍କ ବଡ଼ ଭିଣୋଇ ଏହି ମୃତଦେହଟି ତାଙ୍କର ଶଳାର ବୋଲି ଚି଼ହ୍ନଟ କରିଛନ୍ତି। ଅନ୍ୟପକ୍ଷରେ ଅଢ଼େଇ ବର୍ଷର ଝିଅର କୌଣସି ପତା ମିଳିନାହିଁ। ଅଗ୍ନିଶମ ବାହିନୀ ପିଲାଟିକୁ ଖୋଜାଖୋଜି କରୁଛନ୍ତି। ପିଲାଟି କେଉଁ ବୋଦା ଓ କେଉଁଠି ଲାଗିରହିଥିବା ଅନୁମାନ କରାଯାଉଛି। ବୁଧବାର ରାତି ପ୍ରାୟ ସାଢ଼େ ୯ଟା ସମୟରେ ଚନ୍ଦନ ସାହୁ ଓ ନିଜର ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ ସେତୁରୁ ନଦୀକୁ ଡେଇଁ ପଡ଼ିଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..