ରିପୋର୍ଟ କାର୍ଡ / ଭଦ୍ରକ
ଭଦ୍ରକ ଜିଲ୍ଲା ଧାମନଗରରେ ଗୋଷ୍ଠୀ ସଂଘର୍ଷ ଘଟଣାର ସ୍ଥିତି ନିୟନ୍ତ୍ରଣ ପାଇଁ BNSS ୧୬୩ ଧାରା ଲାଗୁ ହୋଇଛି । ଆଜି ଅପରାହ୍ନଠାରୁ ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ BNSS ୧୬୩ ଧାରା ଲାଗୁ ହୋଇଛି। ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ବେଳେ ୧ କି.ମି ପରିସର ମଧ୍ୟରେ ଏକତ୍ରିତ ହେବା ଓ ଶୋଭାଯାତ୍ରା ବାହାର କରିବା ଉପରେ କଟକଣା ଲାଗିଛି। ପତାକା ଉପୁଡ଼ାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ଗଣ୍ଡଗୋଳରେ ଗୋଟିଏ ଗୋଷ୍ଠୀର ୪ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଏବେବି ଚାପା ଉତ୍ତେଜନା ଲାଗି ରହିଥିବାରୁ ଘଟଣାସ୍ଥଳରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….