ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜସ୍ଥାନରେ ମଧ୍ୟ ଜଣେ ନୂଆ ଚେହେରାକୁ ମୁଖ୍ୟମନ୍ତ୍ରୀ କରିଛି ବିଜେପି। ଭଜନଲାଲ ଶର୍ମା ହେବେ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାଜସ୍ଥାନର ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକରେ ପରେ ଏହି ନିଷ୍ପତ୍ତି ଘୋଷଣା କରାଯାଇଛି । ସାଙ୍ଗନୌର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି ଭଜନଲାଲ ଶର୍ମା। ସେ ଏଥର ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଭଜନଲାଲ ଶର୍ମା ଏବେ ରାଜସ୍ଥାନ ବିଜେପିର ସଂପାଦକ ଅଛନ୍ତି। ସେ ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ୱ କରୁଛନ୍ତି।






More Stories
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..