ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମାର୍ଚ୍ଚ ୨୮ ଓ ୨୯ ଅର୍ଥାତ ସନ୍ତାକାଲି ଓ ତା’ପର ଦିନ ଭାରତ ବନ୍ଦ ଡାକରା ଦେଇଚି ଟ୍ରେଡ୍ ୟୁନିୟନ୍। ଏହି ଭାରତ ବନ୍ଦକୁ ସଫଳ କରିବାକୁ ଆହ୍ୱାନ ଦିଆଯାଇଛି। କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ଟ୍ରେଡ୍ ୟୁନିୟନ୍ ଏହି ଡାକରା ଦେଇଛି। ଏହି ଆନ୍ଦୋଳନରେ ବ୍ୟାଙ୍କ ୟୁନିୟନ ସାମିଲ ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭାରତ ବନ୍ଦ ନେଇ ଦିଲ୍ଲୀରେ ଟ୍ରେଡ ୟୁନିୟନମାନଙ୍କ ତରଫରୁ ଏକ ବୈଠକ କରାଯାଇ ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରାଯାଇଛି। ଏନେଇ ଟ୍ରେଡ ୟୁନିୟନମାନେ କହିଛନ୍ତି, କେନ୍ଦ୍ର ସରକାରଙ୍କ କୃଷକ ମାରଣ, ଜନ ବିରୋଧୀ ଓ ରାଷ୍ଟ୍ର ବିରୋଧୀ ନୀତି, ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଅହେତୁକ ଦରବୃଦ୍ଧି, ଇପିଏଫଧାରୀଙ୍କୁ ଜମା ଉପରେ ସୁଧହାର ହ୍ରାସ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାର ନୂତନ ଶ୍ରମକୋଡ୍ ଲାଗୁ କରି ସାଧାରଣ ଶ୍ରମିକମାନଙ୍କୁ ଶୋଷଣ କରିବାକୁ ଚେଷ୍ଟା କରିଛନ୍ତି। ଏହା ବିରୋଧରେ ଆନ୍ଦୋଳନ ମୁଣ୍ଡ ଟେକିଛି ବୋଲି ଟ୍ରେଡ ୟୁନିୟନ ନେତାମାନେ କହିଛନ୍ତି। ଆନ୍ଦୋଳନକୁ ନିର୍ମାଣ ଶ୍ରମିକ, ବିଜୁଳି କର୍ମଚାରୀ, ଟ୍ରାନ୍ସପୋର୍ଟ କର୍ମଚାରୀ ସଂଘଗୁଡିକ ସମର୍ଥନ ଜଣାଇଛନ୍ତି। ବିଭିନ୍ନ ରାଜ୍ୟ ସରକାରମାନେ କଡା ସୁରକ୍ଷା ବ୍ୟବସ୍ଥା କରିଛନ୍ତି। ଆନ୍ଦୋଳନ ବେଳେ ହିଂସାକୁ ରୋକିବା, ଶାନ୍ତିପୂର୍ଣ୍ଣ ଭାବେ ଭାରତ ବନ୍ଦରେ ସାମିଲ ଥିବା ଲୋକ ଯେପରି ଆନ୍ଦୋଳନ କରିପାରିବେ ତାହା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇଛି।
More Stories
ଓଡ଼ିଶାରେ ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା…..
ଉଭୟ ଭାରତ-ପାକିସ୍ତାନ ସଂଯମତା ରଖନ୍ତୁ….
ପ୍ରଚୁର ଔଷଧ ମହଜୁଦ୍ ରଖ…..