ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓବିସିଙ୍କ ଜାତିଭିତ୍ତିକ ଜନଗଣନା କରିବା, ଇଭିଏମ୍ ଟାମ୍ପରିଂ, ଘରୋଇକରଣ ବନ୍ଦ କରିବା ଆଦି ବିଭିନ୍ନ ଦାବିରେ ଆଜି ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ଏହି ଡାକରା ଦେଇଛି। ଧାରଣା, ବିକ୍ଷୋଭ ଏବଂ ରାସ୍ତାରୋକ ଆଦି କରାଯିବା ସମ୍ଭାବନା ରହିଛି। ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲ୍ଲାପାଳମାଙ୍କୁ ସତର୍କ କରାଇଛନ୍ତି। ବନ୍ଦ ସମୟରେ ଜିଲ୍ଲାଗୁଡିକରେ ଯେପରି ଅତ୍ୟାବଶ୍ୟକ ସେବା ଜାରି ରୁହେ, ତାହା ସୁନିଶ୍ଚିତ କରିବା ସହ ଆଇନଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଆଗୁଆ ସତର୍କମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳମାଙ୍କୁ କୁହାଯାଇଛି। ଏହାସହ ବନ୍ଦକୁ ଦୃଷ୍ଟିରେ ରଖି ଲୋକସେବା ଭବନ, ଖାରବେଳ ଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସବୁ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ, ସଚିବ ଏବଂ ସ୍ବତନ୍ତ୍ର ସଚିବଙ୍କୁ ଚିଠି ଲେଖି ବନ୍ଦ ସମୟରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇଛନ୍ତି। ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ ବିଭାଗୀୟ ମୁଖ୍ୟଦପ୍ତର ଆଦିରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି।
More Stories
ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ, ୩୮ ମୃତ, ୨୯ ଆହତ……
ଆସନ୍ତାକାଲି ଆସିବ ମହାରାଷ୍ଟ୍ର-ଝାଡ଼ଖଣ୍ଡ ନିର୍ବାଚନ ଫଳ…..
ଆଦାନୀଙ୍କ ନିୟନ୍ତ୍ରଣରେ ମୋଦୀ…..