ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନରେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କୁ ସମ୍ମାନିତ କରାଯାଉ। ଏଭଳି କିଛି ଦାବି ଭିତରେ ମହାରାଷ୍ଟ୍ର କ୍ୟାବିନେଟ୍ରେ ଏନେଇ ଏକ ପ୍ରସ୍ତାବ ପାରିତ ହୋଇଛି। ଭାରତ ରତ୍ନ ପୁରସ୍କାର ପାଇଁ ଶିଳ୍ପପତି ରତନ ଟାଟାଙ୍କ ନାମ ପ୍ରସ୍ତାବିତ ହୋଇ କେନ୍ଦ୍ର ସରକାରଙ୍କୁ ପଠାଯିବାକୁ ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ର କ୍ୟାବିନେଟର ଏହି ପ୍ରସ୍ତାବ ଉପରେ କେନ୍ଦ୍ର ସରକାର ବର୍ତ୍ତମାନ ଚୂଡ଼ାନ୍ତ ନିଷ୍ପତ୍ତି ନେବେ| ଆଜି ମହାରାଷ୍ଟ୍ର କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ରତନ ଟାଟାଙ୍କ ଦେହାନ୍ତକୁ ନେଇ ଶୋକ ବ୍ୟକ୍ତି କରାଯିବା ସହ ଏକ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା। ଏହା ପରେ ଭାରତ ରତ୍ନ ପୁରସ୍କାର ପାଇଁ ତାଙ୍କ ନାମ ପ୍ରସ୍ତାବ ଦେବାକୁ ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ର ସରକାର ବର୍ତ୍ତମାନ ଏହି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇବେ। ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ୮୬ ବର୍ଷ ବୟସରେ ମୁମ୍ବାଇର ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ବଢ଼ୁଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରୀତିନୀତି ଅନୁଯାୟୀ ମୁମ୍ବାଇ ଓ୍ୱର୍ଲିରେ ତାଙ୍କର ଶେଷକୃତ୍ୱ କରାଯିବ।
More Stories
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….