ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟରେ ଖାଲିଥିବା ୯ଟି ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଧାନ ବିଚାରପତି ଏନ.ଭି ରାମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ୯ ଜଣ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଛି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ବିଚାରପତି ଥିବାନେଇ ଜଣାପଡିଛି । ଏଥିସହ ଜଣେ ବରିଷ୍ଠ ଓକିଲଙ୍କୁ ସୁପ୍ରିମକୋର୍ଟରେ ସିଧାସଳଖ ନିଯୁକ୍ତି ପାଇଁ ସୁପାରିଶ କରାଯାଇଛି। ୩ ଜଣ ମହିଳା ବିଚାରପତିଙ୍କ ମଧ୍ୟରେ ରହିଛନ୍ତି ତେଲେଙ୍ଗାନା ହାଇକୋର୍ଟର ପ୍ରଧାନ ବିଚାରପତି ହିମା କୋହଲି | କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ବି.ଭି ନାଗରତ୍ନା ଏବଂ ଗୁଜୁରାଟ ହାଇକୋର୍ଟର ଜଜ୍ ବେଲା ତ୍ରିବେଦୀ | ବରିଷ୍ଠ ଆଡଭୋକେଟ୍ ପିଏସ୍ ନରସିଂହଙ୍କୁ ସିଧାସଳଖ ସୁପ୍ରିମକୋର୍ଟର ବିଚାରପତି କରିବାକୁ ସୁପାରିଶ କରାଯାଇଛି। ଅନ୍ୟମାନେ ହେଲେ
କର୍ଣ୍ଣାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଏସ୍ ଓକା | ଗୁଜୁରାଟ ହାଇକୋର୍ଟର ପ୍ରଧାନ ବିଚାରପତି ବିକ୍ରମ ନାଥ | ସିକ୍କିମ ହାଇକୋର୍ଟର ପ୍ରଧାନ ବିଚାରପତି ଜେ.କେ ମାହେଶ୍ୱରୀ | ଜଷ୍ଟିସ ସିଟି ରବିନ୍ଦ୍ରକୁମାର, କେରଳ ହାଇକୋର୍ଟର ବିଚାରପତି | ମାଡ୍ରାସ ହାଇକୋର୍ଟର ବିଚାରପତି ଏମ.ଏମ ସୁନ୍ଦରେଶ | ଯଦି କେନ୍ଦ୍ର ଏହି ସମସ୍ତ ସୁପାରିଶକୁ ଗ୍ରହଣ କରେ, ତେବେ ଭବିଷ୍ୟତରେ ଜଷ୍ଟିସ୍ ବିକ୍ରମ ନାଥ, ଜଷ୍ଟିସ୍ ବି.ଭି ନାଗରତ୍ନା ଏବଂ ପିଏସ୍ ନରସିଂହ ଭାରତର ପ୍ରଧାନ ବିଚାରପତି ହୋଇପାରିବେ। ଏପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ କୌଣସି ମହିଳା ପ୍ରଧାନ ବିଚାରପତି ନାହାଁନ୍ତି। ଜଷ୍ଟିସ ନାଗରତ୍ନା ରୂପରେ ଭାରତକୁ ପ୍ରଥମ ମହିଳା ପ୍ରଧାନ ବିଚାରପତି ମିଳିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……