ରିପୋର୍ଟ କାର୍ଡ / ଭୁବନେଶ୍ବର / ନୂଆଦିଲ୍ଲୀ
ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ହକି ଟିମ୍ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକି ଟିମ୍ ବ୍ରୋଞ୍ଜ ପଦକ ହାତେଇଛି । ଗୁରୁବାର ଖେଳାଯାଇଥିବା ଜର୍ମାନୀ ବିପକ୍ଷ ମୁକାବିଲାରେ ଟିମ୍ ଇଣ୍ଡିଆ ୫-୪ ଗୋଲରେ ମ୍ୟାଚ୍ ଜିତି ନେଇଛି ।ଏହାପରେ ଭାରତୀୟ ଦଳକୁ ଚାରିଆଡୁ ପ୍ରଶଂସା ଓ ଶୁଭେଚ୍ଛାର ସୂଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମନ୍ତ୍ରୀ, ଖେଳାଳି ଆଦି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ‘ଅତୁଳନୀୟ କୁଶଳ, ସଂକଳ୍ପ, ସ୍ଥିରତା ଦେଖାଇଛନ୍ତି ଖେଳାଳି । ଐତିହାସିକ ବିଜୟ ସହ ହକିରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ଏହାଂ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରୁଷ ହକି ଟିମକୁ ଶୁଭେଚ୍ଛ ଜଣାଇ କହିଛନ୍ତି ଯେ, ଦେଶର ହକି ଟିମକୁ ନେଇ ଗର୍ବିତ । ଏହି ବିଜୟକୁ ସବୁଦିନ ପାଇଁ ଦେଶବାସୀ ମନେ ରଖିବେ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ନବୀନ ଟ୍ୱିଟ୍ କରି କହିଛନ୍ତି ଯେ, ଭାରତୀୟ ହକି ଟିମକୁ ଅଭିନନ୍ଦନ । ଦଳ ଜବରଦସ୍ତ ବିଜୟ ହାସଲ କରି ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି । ଏହା ହେଉଛି ଐତିହାସିକ ବିଜୟ । ଏହି ବିଜୟ ଆଗାମୀ ଦିନରେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ । କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତୀୟ ହକି ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି | ଆଗାମୀ ଯୁବ ପିଢିଙ୍କ ପାଇଁ ପ୍ରେରଣା ଦାୟୀ ହେବ ବୋଲି କହିଛନ୍ତି | ସେହିପରି କଂଗ୍ରେସହ ନେତା ରାହୁଲ ଗାନ୍ଧୀ ଟ୍ୱିଟ କରି ଭାରତୀୟ ହକି ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି |
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……