Report Card Odisha

| Daily Odia News

ମେଜର ଓ ପୀଡ଼ିତାଙ୍କ ନାମ ପ୍ରକାଶ କରାଯିବ ନାହିଁ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସର ନିର୍ଯାତନା ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ଆଜି ସକାଳେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି | ଭରତପୁର ଥାନାରେ କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ହୋଇଛି | ମେଜର ଓ ପୀଡ଼ିତାଙ୍କ ନାମ ଗଣମାଧ୍ୟମରେ ପ୍ରକାଶ ନ କରିବାକୁ କୋର୍ଟ କହିଛନ୍ତି | ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।ଭରତପୁର ଥାନାରେ ଲାଗିବ ୨୫ ଟି ସିସିଟିଭି । ଏହା ସହ ଭୁବନେଶ୍ବରର ସମସ୍ତ ଥାନାର ବାହାର ଏବଂ ଭିତରେ ସିସିଟିଭି ଲଗାଇବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ମାମଲାର ତଦନ୍ତ ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବାରୁ ତଦନ୍ତ ଅନୁଧ୍ୟାନର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କୋର୍ଟ। ଆସନ୍ତା ୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ଅନ୍ୟପକ୍ଷରେ ଭାରତପୁର ମାମଲାରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି।

Also Read

Breaking News