ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ଆଜି ଗ୍ରାଉଣ୍ଡ ଜିରୋରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଟିମ୍। ଭରତପୁର ଥାନା ଓ ପଥରଗାଡ଼ିଆ ଯିବ ଟିମ୍। ପଥରଗାଡ଼ିଆ ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ସହ କିଛି ରୋଡ୍ ରୋମିଓଙ୍କ ସହିତ କଣ ଘଟିଥିଲା ସେଦିନ ସିନ ରିକ୍ରିଏସନ ହେଉଛି । ତଦନ୍ତକାରୀ ଟିମକୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ଭରତପୁର ଓ ଚନ୍ଦକା ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଆର୍ମି ମେଜରଙ୍କ ବାନ୍ଧବୀଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଛନ୍ତି ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ। କମିଶନରେଟ୍ ପୋଲିସ ପକ୍ଷରୁ ପିଏସଓ ଯୋଗାଇ ଦିଆଯାଇଛି।






More Stories
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……
ଗ୍ରୀଷ୍ମ ତାପରେ ଜଳୁଛି ଓଡ଼ିଶା…..
ଭର୍ଚୁଆଲ୍ ମୋଡ୍ରେ ଚାଲିବ ହାଇକୋର୍ଟ……