ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ଆଣ୍ଡାମାନ୍ ସମୁଦ୍ର ଉପରେ ଗୋଟାଏ ଲଘୁଚାପ କ୍ଷେତ୍ର ସଂଘଠିତ ହେବାର ଖୁବ୍ ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ କହିଛି। ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି। କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି। ଆଗାମୀ ୪ ରୁ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..