ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ରବିବାର ଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ବନ୍ଦ ରହିବ | କୁମ୍ଭୀର ଗଣନା କରାଯିବ,ତେଣୁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ମିଳିଛି । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀ ନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । ଉଦ୍ୟାନକୁ ଦେଶ ପର୍ଯ୍ୟଟକଙ୍କ ପାଇଁ ୨ରୁ ୧୧ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ଜାନୁଆରୀ ୨୦୨୧ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକାରେ ୧୭୬୮ଟି ବଉଳା କୁମ୍ଭୀର ରହିଥିଲେ । କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..